ଆଉ ରହିବନି ଆଇପିସି, ସିଆରପିସି : ସଂସଦରେ ୩ ବିଲ ପାସ୍‌

ଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ ନ୍ୟାୟ ସଂହିତା ବଳରେ ଦଣ୍ଡବିଧାନ କରାଯିବ। କାରଣ ରାଜ୍ୟସଭା ପରେ ଲୋକସଭାରେ ପାରିତ ହୋଇଛି ଭାରତୀୟ ନ୍ୟାୟ ସଂହିତା ବିଲ୍‌। ରାଷ୍ଟ୍ରପତି ମୋହର ମାରିବା କ୍ଷଣି ଏହା ଆଇନରେ ପରିବର୍ତ୍ତନ ହେବ।

ଆଉ ରହିବନି ଆଇପିସି, ସିଆରପିସି : ସଂସଦରେ ୩ ବିଲ ପାସ୍‌

ବ୍ରିଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ ନ୍ୟାୟ ସଂହିତା ବଳରେ ଦଣ୍ଡବିଧାନ କରାଯିବ। କାରଣ ରାଜ୍ୟସଭା ପରେ ଲୋକସଭାରେ ପାରିତ ହୋଇଛି ଭାରତୀୟ ନ୍ୟାୟ ସଂହିତା ବିଲ୍‌। ରାଷ୍ଟ୍ରପତି ମୋହର ମାରିବା କ୍ଷଣି ଏହା ଆଇନରେ ପରିବର୍ତ୍ତନ ହେବ।

ଭାରତ ସରକାର ବ୍ରିଟିଶ ଅମଳର ଆଇନକୁ ବଦଳାଇବା ପାଇଁ ମୋଟ ୩ଟି ବିଲ୍‌ ଆଣିଥିଲେ। ୧୮୬୦ ମସିହାକୁ ପ୍ରଚଳିତ ଆଇପିସି ବଦଳରେ ଏବେ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବ। ସେହିପରି ସିଆରପିସି ବଦଳରେ ଭାରତୀୟ ନାଗରିକ ସୁରକ୍ଷା ଓ ଭାରତୀୟ ପ୍ରମାଣ ଆଇନ ୧୮୭୨(ଆଇଇଏ) ବଦଳରେ ଭାରତୀୟ ସାକ୍ଷ୍ୟ ଆଇନ ଲାଗୁ କରାଯିବ।

ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହାକୁ ଆଜି ଲୋକସଭାରେ ଉପସ୍ଥାପନ କରିଥିଲେ। ଏହାପରେ ସେ ବିଲ୍‌ରେ ଥିବା ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ। ବିରୋଧୀ ଦଳର ଅଧିକାଂଶ ସାଂସଦ ନିଲମ୍ବିତ ହୋଇଥିବାରୁ ଲୋକସଭା ପୂରା ଖାଲି ପଡ଼ିଥିଲା। ଏହାରି ଭିତରେ ଅମିତ ଶାହ ୩ ବିଲ୍‌ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ଏଥିସହ ୩ ବିଲ୍‌କୁ ବିନା ବିରୋଧରେ ପାସ୍‌ ମଧ୍ୟ କରାଇଥିଲେ। 

ପ୍ରଥମେ ସେ ଆଇପିସିରେ ହୋଇଥିବା ପରବର୍ତ୍ତନ ସମ୍ପର୍କରେ ମତ ରଖିଥିଲେ। ବିଚ୍ଛିନ୍ନତାବାଦୀ କାର୍ଯ୍ୟ କଳାପ, ଅସ୍ତ୍ର ସହ ବିଦ୍ରୋହ, ବିପଦଜ୍ଜନକ ଗତିବିଧି ଓ ଭାରତର ସାର୍ବଭୌମତ୍ୱ, ଏକତା ଓ ଅଖଣ୍ଡତା ବିରୋଧୀ କାର୍ଯ୍ୟକଳାପ ପାଇଁ ବିଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ପୂର୍ବରୁ ଆଇପିସିରେ ଥିବା ଦେଶଦ୍ରୋହ ଆଇନକୁ ବଦଳାଇ ଦିଆଯାଇଛି। ପ୍ରସ୍ତାବିତ ଆଇନରେ ଦେଶଦ୍ରୋହର ଶବ୍ଦ ନାହିଁ।