ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ: ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଗତକାଲି ସଂଧ୍ୟାରେ ଅର୍ଥମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଥିଲେ । ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ରହିଛି ସୂଚନା ।

ଭୁବନେଶ୍ୱର:ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଗତକାଲି ସଂଧ୍ୟାରେ ଅର୍ଥମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଥିଲେ ।
ଯେଉଁଠି ତାଙ୍କୁ ସ୍ୱାଗତ କରିଥିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହନ୍ତି । ଅର୍ଥମନ୍ତ୍ରୀ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ।
ସୂଚନାଅନୁସାରେ, ଆଜି 'ମେ ଫେୟାର'ରେ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ । ଏହା ପରେ ସେ ଭୁବନେଶ୍ୱର ଆଇଆଇଟିର ଅନୁଗୋଳ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସହ ଭେଟିବା ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ସୂଚନାଯୋଗ୍ୟ, ଫେବ୍ରୁଆରୀ ୧ ତାରିଖରେ ସଂସଦରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ବଜେଟ ଉପସ୍ଥାପନ କରିଥିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ।ମୋଦି ସରକାରର ଦ୍ୱିତୀୟ ପାଳିର ଏହା ଥିଲା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍।