ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ, ୫ ପୌର ପରିଷଦ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି ।

ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ, ୫ ପୌର ପରିଷଦ

ଭୁବନେଶ୍ବର, ୨୪/୨/୨୦୨୪ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ  ଏବଂ  ଚାରିଟି  ଜିଲାର  ପାଞ୍ଚଟି  ଏନଏସିକୁ  ମୁନିସିପାଲିଟିକୁ  ଉନ୍ନୀତ  କରାଯିବା ବିଷୟ  ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ  ଘୋଷଣା  ଅନୁଯାୟୀ ବୌଦ୍ଧ  ଜିଲ୍ଲାର  ବୌଦ୍ଧଗଡ଼  ମୟୁରଭଞ୍ଜର  କରଞ୍ଜିଆ  ବଲାଙ୍ଗିର ର  କଣ୍ଟାବାଞ୍ଝି  ଓ  ଗଞ୍ଜାମ  ଜିଲ୍ଲାର  ଛତ୍ରପୁର ଓ  ଆସ୍କା ଏନଏସିକୁ  ମୁନିସିପାଲିଟିକୁ ଉନ୍ନୀତ  କରାଯାଇଛି ।

5T ଅଧ୍ୟକ୍ଷଙ୍କ  ଶ୍ରୀ  କାର୍ତ୍ତିକ  ପାଣ୍ଡିଆନଙ୍କ  ବିଭିନ୍ନ ଜିଲ୍ଲା  ଗସ୍ତ  ଅବସରରେ  ଜନସାଧାରଣଙ୍କ  ପ୍ରସ୍ତାବ ଏବଂ  ବିକାଶର  ଆବଶ୍ୟକତାକୁ  ଦୃଷ୍ଟିରେ  ରଖି  ମୁଖ୍ୟମନ୍ତ୍ରୀ  ଏହି  ନିଷ୍ପତ୍ତି  ନେଇଛନ୍ତି.

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।