ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି।

ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଛନ୍ତି। ଆଉ କହିଛନ୍ତି 'ପ୍ରତ୍ୟେକ ଶ୍ରମିକ ଜଣେ ଜଣେ ହିରୋ, ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଛନ୍ତି।' ଏହା ସହ ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି।

ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ।