ସବୁ ଗାଁରେ ପହଞ୍ଚିଲା " ଆମ ଓଡିଶା ନବୀନ ଓଡିଶା "
ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ।

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ। ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲ
କେନ୍ଦୁଝରରୁ ଆରମ୍ଭ ହୋଇ ଯାଜପୁରରେ ଉଦ୍ଯାପନ ହୋଇଛି ଏହି କାର୍ଯ୍ୟକ୍ରମ। ଏକ ମାସ ମଧ୍ୟରେ ସମାପନ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଥିଲେ। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଲେ 5T ଓ 'ନବୀନ ଓଡିଶା' ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ।
ଏହା ସହିତ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ସୁଦୃଢ ହେବାର ଅଭିଯାନ ଆଜି ରାଜ୍ୟର ସବୁ ଜିଲ୍ଲା, ସବୁ ବ୍ଲକ, ସବୁ ପଞ୍ଚାୟତ ଓ ସବୁ ଗାଁରେ ପହଞ୍ଜି ପାରିଛି। ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।
ଏହି କାର୍ଯ୍ୟକ୍ରମର ଫୋକସ୍ ହୋଇଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।