ଆଉ ଚଳିବନି ୧୬୦ ବର୍ଷ ପୂର୍ବ ବ୍ରିଟିଶ ଅମଳର ଆଇନ୍
ନୂଆ ଆଇନରେ ନାବାଳିକା ଦୁଷ୍କର୍ମୀକୁ ମୃତ୍ୟୁଦଣ୍ଡ ଓ ମହିଳା ଗଣଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ ବ୍ୟବସ୍ଥା ରହିଛି

ଭାରତରେ ଆଉ ଚଳିବନି ୧୬୦ ବର୍ଷ ପୂର୍ବ ବ୍ରିଟିଶ ଅମଳର ଫୌଜଦାରୀ ଆଇନ୍ । ନୂଆ ଆଇନରେ ନାବାଳିକା ଦୁଷ୍କର୍ମୀକୁ ମୃତ୍ୟୁଦଣ୍ଡ ଓ ମହିଳା ଗଣଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ ବ୍ୟବସ୍ଥା ରହିଛି।ଦେଶରୁ ହଟିବ ବ୍ରିଟିଶ ଅମଳର ଫୌଜଦାରୀ ଆଇନ୍ । IPC, CRPC ଓ ଏଭିଡେନ୍ସ ଆକ୍ଟ ବଦଳରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ଆଇନ୍ ଆଣିବାକୁ ଆଜି ଲୋକସଭାରେ ବିଲ୍ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ନୂଆ ଆଇନରେ ନାବାଳିକା ଦୁଷ୍କର୍ମୀକୁ ମୃତ୍ୟୁଦଣ୍ଡ ଓ ମହିଳା ଗଣଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ ବ୍ୟବସ୍ଥା ରହିଛି। ସେହିପରି ଭିଡ଼ ହିଂସା ମୃତ୍ୟୁ ମାମଲାରେ ଦୋଷୀଙ୍କୁ ୭ ବର୍ଷରୁ ମୃତ୍ୟୁଦଣ୍ଡ ଯାଏଁ ପ୍ରାବଧାନ ରହିଛି । ଯେକୌଣସି ଅପରାଧିକ ମାମଲାରେ ସମସ୍ତ ପ୍ରକ୍ରିୟା ସାରି ସମୁଦାୟ ୩ ବର୍ଷ ଭିତରେ ପୀଡ଼ିତଙ୍କୁ ନ୍ୟାୟ ମିଳିବ ।