ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ହୋଇଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ବ ଦିଆଯାଇଛି। ୧୯୯୬ ମସିହା ବ୍ୟାଚର ଆଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ରହିଛି।

ତାଙ୍କର ପ୍ରଶାସିନିକ ଦକ୍ଷତା ରହିଥିବାବେଳେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ନୀଳାଦ୍ରିବିଜେ ନୀତି ଯେଭଳି ସୁରୁଖୁରୁରେ ହେବ ସେହି ଦିଗ ପ୍ରତି ଅରବିନ୍ଦ ପାଢ଼ୀ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଏହାପୂର୍ବରୁ ୨୦୧୨ରୁ ୨୦୧୪ରେ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିଲେ।

ଏହା ମହାପ୍ରଭୁଙ୍କ ଇଚ୍ଛା ବୋଲି ଦାୟିତ୍ବ ମିଳିବା ପରେ ଅରବିନ୍ଦ ପାଢ଼ୀ ପ୍ରତିକ୍ରିୟା ରଖିଛନ୍ତି। ନୀତିକାନ୍ତିର ଶୃଙ୍ଖଳା ଓ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ଉପରେ ଗୁରୁତ୍ବ ଦେବେ ବୋଲି ପ୍ରକାଶ କରିଛନ୍ତି।

ବର୍ତ୍ତମାନ ଡ. ଅରବିନ୍ଦ ପାଢ଼ୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମୁଖ୍ୟ ପ୍ରଶାସକ ରହିଛନ୍ତି।