ଭୁବନେଶ୍ବର ନୂଆ ଜୁଡିସିଆଲ କମ୍ପ୍ଲେକ୍ସକୁ ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ମୟୂରଭଞ୍ଜ ଗସ୍ତରେ ଯିବେ ମହାମହିମ। ରାଷ୍ଟ୍ରପତିଙ୍କ ପାଇଁ ବ୍ଲୁ ବୁକ୍ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ହୋଇଛି।

ଭୁବନେଶ୍ବର ନୂଆ ଜୁଡିସିଆଲ କମ୍ପ୍ଲେକ୍ସକୁ ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର ନୂଆ ଜୁଡିସିଆଲ କମ୍ପ୍ଲେକ୍ସ ଉଦ୍ ଘାଟିତ । ଉଦ୍ ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପସ୍ଥିତ ଥିଲେ ରାଜ୍ୟପାଳ ରଘୁବର ଦାସ । ଏହା ସହ ହାଇକୋର୍ଟର ମୁଖ୍ୟ ବିଚାରପତି ମଧ୍ୟ ଉପସ୍ଥିତ ଥିଲେ । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ-ଓୟୁଏଟିର ୪୦ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପରେ ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ଉଦ୍ଘାଟନ କରିଛନ୍ତି ।

ଆଜି ଦିନ ତମାମ ଭୁବନେଶ୍ବରରେ ରହିଛି ବିଭିନ୍ନ କାର୍ଯ୍ୟକ୍ରମ । ଗତକାଲି ପୁରୀରେ ନୌସେନା ଦିବସରେ ସାମିଲ ହେବା ପରେ ଏବେ ପୁରୀ ରାଜଭବନରେ ରାତ୍ରି ଯାପାନ କରିଥିଲେ ମହାମହିମ।

ଆସନ୍ତାକାଲି ମୟୂରଭଞ୍ଜ ଗସ୍ତରେ ଯିବେ ମହାମହିମ। ରାଷ୍ଟ୍ରପତିଙ୍କ ପାଇଁ ବ୍ଲୁ ବୁକ୍ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ହୋଇଛି। ରାଷ୍ଟ୍ରପତି ଯିବା ରାସ୍ତାକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସନାଲ DCP ରାଙ୍କର ଅଫିସର, ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଅଛନ୍ତି। ଟ୍ରାଫିକ ବ୍ୟବସ୍ଥାକୁ ମିଶାଇ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହୋଇଛନ୍ତି।