ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ

ମାନ୍ୟବର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଙ୍କ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିଛନ୍ତି।

ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଶ୍ରୀ ସରୋଜ ସାମଲଙ୍କ ସମେତ ବିଶିଷ୍ଟ ଅତିଥିମାନ ଉପସ୍ଥିତ ଥିଲେ।

ସେହିପରି ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁଷ୍ପସୁମନ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ, ମହାନ୍ ପ୍ରଜାବତ୍ସଳ ରାଜା, ମାତୃଭୂମିର ତପସ୍ବୀ ସାଧକ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।