ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍

ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି

ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍

ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

* ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ

* ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି

* CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ

* ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି

* ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି

* ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି

* ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା

* ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା

* ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା

* ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା