୧୪ ପ୍ରସ୍ତାବକୁ ମଞ୍ଜୁରୀ

୧୪ ପ୍ରସ୍ତାବକୁ ମଞ୍ଜୁରୀ

ଶନିବାର ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ । ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଏହା ଥିଲା ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ ।

ତେବେ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ଅନୁଯାୟୀ ମହାନଦୀରେ ଆଉ ଏକ ସେତୁ ନିର୍ମାଣ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ସେତୁ ନିର୍ମାଣ କରାଯିବ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୩ ବର୍ଷରେ ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।