ପୁଣି ଦୁର୍ଘଟଣାରେ ଗଲା ୩ଜୀବନ
କାରକୁ ଧକ୍କା ଦେଲା ଟ୍ୟାଙ୍କର : ଘଟଣାସ୍ଥଳରେ ଗୋଟିଏ ପରିବାରର ୩ଜଣଙ୍କର ମୃତ୍ୟୁ, ବାପା, ମା ଓ ଝିଅ ଚାଲିଗଲେ ଆର ପାରିକୁ

କୋରାପୁଟ ପଟାଙ୍ଗୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ୟାଙ୍କର । ବିପରୀତ ଦିଗରୁ ଆସୁଥିବା ଟ୍ୟାଙ୍କରକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଛି । ୨୬ନଂ ଜାତୀୟ ରାଜପଥ ପୁଙ୍ଗାର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ଜୟପୁରରୁ ବିଶାଖାପାଟଣା ଯାଉଥିବା ସମୟରେ ଦୁର୍ଘଟଣା ହୋଇଛି ।
ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ବେଳେ ଜୟପୁରରୁ ଏକ କାର( ଓଡି୧୦ପି ୫୯୧୨)ରେ ଗୋଟିଏ ପରିବାରର ତିନିଜଣ ସଦସ୍ୟ ବାପା,ମା ଓ ଛୁଆ ବିଶାଖାପାଟଣା ଅଭିମୁଖେ ଯାଉଥିଲେ । ଅପରପକ୍ଷରେ ଏକ ଟ୍ୟାଙ୍କର ବିଶାଖାପାଟଣାରୁ ଦାମନଯୋଡ଼ି ଅଭିମୁଖେ ଆସୁଥିଲା । ଜାତୀୟ ରାଜପଥ-୨୬ର ପୁଙ୍ଗାର ଗାଁ ନିକଟରେ ଉକ୍ତ ଦୁଇଟି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଏହା ଫଳରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କର ମୃତ୍ୟୁ ଘଟିଥିଲା ।ଯେଉଁଥିରେ ସାଙ୍ଗ ହୋଇ ଚାଲିଗଲେ ବାପା, ମା’ ଓ ଝିଅ...
ଏହି ଦୁର୍ଘଟଣା ରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ।
ଖବର ପାଇ ପୋଟାଙ୍ଗି ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା। ଏହାସହ ଟ୍ୟାଙ୍କର ଡ୍ରାଇଭରଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ,ଗତକାଲି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଆହତ ହୋଇଥିଲେ। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ ଥିଲେ।