ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ

ଜିଲ୍ଲା ସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ l 

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ

ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ତାଲିମ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ ବିଶ୍ୱ ରଞ୍ଜନ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ମନୋଜ କୁମାର ଅଦାବର,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ )ଡ଼ ଦୈତ୍ୟ ନାରାୟଣ ପାଢ଼ୀ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ )ଡ଼ ରମେଶ ଚନ୍ଦ୍ର ସ୍ୱାଇଁ, ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ସଂଯୋଜକ ବିଶ୍ୱମ୍ବର ବେହେରା, ପ୍ରମୁଖ ଅତିଥିଭାବେ ଯୋଗଦାନ କରିଥିଲେ l ଅତିଥି ବୃନ୍ଦ ବିଶ୍ୱ ସ୍ତନ୍ୟପାନ ପାଳନ ର ତାତ୍ପର୍ଯ୍ୟ ଉପରେ ଗୁରୁତ୍ୱାରୋପ କରି ଶିଶୁ ର ସାମଗ୍ରିକ ବିକାଶ ପାଇଁ ଶିଶୁ ଜନ୍ମ ପରେପରେ ଯେତେ ଶୀଘ୍ର ସମ୍ଭବ ସ୍ତନ୍ୟପାନ ଆରମ୍ଭ କରିବା ସହ ଶିଶୁ କୁ ଛଅ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କୁ ବଳବତ୍ତର ରଖିବା ଉପରେ ଆଲୋକପାତ କରିଥିଲେ l ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୈଠକରେ ଡି ପି ଏମ ବିଶ୍ୱମ୍ବର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ସଭାରେ ଷ୍ଟାଫ ନର୍ସ, ଅଙ୍ଗନବାଡି କର୍ମୀ, କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ, ସମସ୍ତ କାନ୍ସଲଟାଣ୍ଟ, ଜିଲ୍ଲାର ବିଭିନ୍ନ ସି ଏଚ ସି, ଓ ପି ଏଚ ସି ର ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ସ୍ୱାସ୍ଥ୍ୟ କର୍ମକର୍ତ୍ତା ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର