ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି। ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ନିଯୁକ୍ତି ଦିଆଯିବା ପାଇଁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛି।

ମିଳିଥିବା ନିଷ୍ପତ୍ତି ଅନୁଯାୟୀ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଛନ୍ତି। ସୁପ୍ରିମ କୋର୍ଟ କଲେଜିୟମ ପକ୍ଷରୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତିଙ୍କ ପଦ ପାଇଁ ନାମ ସୁପାରିସ କରାଯାଇଛି। କଲେଜିୟମ ପକ୍ଷରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପାରିସ କରାଯାଇଛି।

ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଂଜୟ କିଶନ କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ବୈଠକରେ ଆଲୋଚନା ପରେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତି ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଛି।