ଅଖଣ୍ଡତା ପାଇଁ ଏକତା

ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ।

ଅଖଣ୍ଡତା ପାଇଁ ଏକତା
ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ। ଆସନ୍ତାକାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ରେ 5ଟି ଅଧ୍ୟକ୍ଷ ଭିକେ ପଣ୍ଡିଆନ ଙ୍କ ସମେତ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ର ନିର୍ଦେଶକ ଦିଲ୍ଲୀପ ରାଉତରାୟ ମହୋଦୟ ମଧ୍ୟ ଉପସ୍ଥିତ ଥିଲେ । 

୭୫ତମ ସ୍ୱାଧୀନତା ଦିବସ ପାଳନର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଭାବେ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ‘ମେରି ମାଟି ମେରା ଦେଶ’ର ରାଜ୍ୟସ୍ତରୀୟ ସମାପନ ଦିବସ ପାଳନ ହୋଇଛି। ସବୁ ପଞ୍ଚାୟତରେ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓଡ଼ିଶାର ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେବା ସହ ମାଟି କଳସ ଯାତ୍ରାରେ ସାମିଲ ହୋଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି। 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, 'ଆଜିର ଭାରତ ଆମର ପୂଜ୍ୟ ଶହୀଦ ଓ ସଂଗ୍ରାମୀମାନଙ୍କ ଅବଦାନ। ଓଡ଼ିଶା ହେଉଛି ସେହି ପୁଣ୍ୟ ମାଟି, ଏ ମାଟିରେ ଦେଶର ସ୍ୱାଧୀନତା ତଥା ମାତୃଭୂମିର ଗୌରବ ପାଇଁ ଅନେକ ବୀର ଶହୀଦ ହୋଇଛନ୍ତି। ସେମାନଙ୍କ ସମ୍ମାନାର୍ଥେ ଆୟୋଜିତ ଏହି ମାଟି କଳସ ଯାତ୍ରା ଆମ ସମସ୍ତଙ୍କୁ ଦେଶର ଏକତା ଓ ଅଖଣ୍ଡତା ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ