୧୪ ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

୧୪ ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।

୧୪ ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

୧୪ ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ୪ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି ବାକି ୬ ଜଣଙ୍କ ପେନସନକୁ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି।ଏହି ଅଧିକାରୀମାନଙ୍କ ମଧ୍ୟରେ ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡିଏସ୍‌ପି, ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବିଡିଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅଛନ୍ତି