ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ ଆରମ୍ଭ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ ଆରମ୍ଭ ଆସନ୍ତା 28 ରେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ ଆରମ୍ଭ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଆସନ୍ତା ୨୮ ତାରିଖରେ ଏକାମ୍ର ପ୍ରକଳ୍ପର ଭୂମିପୂଜା । ଶିଳାନ୍ୟାସ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ଲିଙ୍ଗରାଜ ମନ୍ଦିର ସେବାୟତ ଓ ଭୁବନେଶ୍ୱର ମେୟର ସୁଲୋଚନା ଦାସ ନିମନ୍ତ୍ରଣ କରିଥିଲେ । ନିମନ୍ତ୍ରଣ ପାଇବା ପରେ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏକାମ୍ର ପ୍ରକଳ୍ପ ବହୁ ଦିନର ଏକ ସ୍ୱପ୍ନ ରହିଥିଲା । ତାହା ଆଜି ପୂରଣ ହେବ l

 ଆସନ୍ତା ୨୮ ତାରିଖରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯୋଗଦେବେ।

ପ୍ରୋଜେକ୍ଟ ମଡେଲ ଓ ସୂଚନା ପ୍ରଦର୍ଶନୀ ଜରିଆରେ ଏକାମ୍ର କ୍ଷେତ୍ରର ବିକାଶ ସମ୍ପର୍କରେ ପର୍ଯ୍ୟଟକଙ୍କୁ ଅବଗତ କରାଯାଉଛି । ଜୁନ୍ ୨୭ ଓ ୨୮ରେ ହରିହରନ, ଅନନ୍ତ ସୁବ୍ରମଣି, ଅଭିଲିପସା ପଣ୍ଡା, ଆନନ୍ଦ ନନ୍ଦ, ନୀଳାଦ୍ରି କୁମାରଙ୍କ ପରି ଦେଶର ନାମୀଦାମୀ କଳାକାର ସନ୍ଧ୍ୟା ୫ଟା ୩୦ରୁ ରାତି ୧୦ଟା ଯାଏ ଭଜନ ପରିବେଷଣ କରିବେ । କାର୍ଯ୍ୟକ୍ରମ ପାଇଁ ଏକାମ୍ରବାସୀଙ୍କ ସହଯୋଗରେ ପ୍ରଶାସନ ପକ୍ଷରୁ ଲିଙ୍ଗରାଜ ନଗରୀକୁ ପ୍ଲାଷ୍ଟିକମୁକ୍ତ କରାଯାଇଛି ।