କଟକରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

କଟକରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ବର୍ଗତ ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ଲାଇବ୍ରେରୀରେ ଏକ ବଡ ରିଡିଂ ହଲ ମଧ୍ୟ ରହିବ। ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ମଧ୍ୟ ସେଠାରେ ପ୍ରସ୍ତୁତି କରି ପାରିବେ।