'ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା'ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା'ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ବିଶ୍ବ ମତ୍ସ୍ୟ ଦିବସ I ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ 'ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା' ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନିବେଦନ କରି କହିଛନ୍ତି ଯେ ଆପଣମାନଙ୍କ କଲ୍ୟାଣ ଓ ବିକାଶ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି ।