୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି ।