ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି।

ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା"ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ।

ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।