ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି; ବଢ଼ିଲା ଗଣଶିକ୍ଷକଙ୍କ ଦରମା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି; ବଢ଼ିଲା ଗଣଶିକ୍ଷକଙ୍କ ଦରମା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ ।

ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।