ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି

ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି

ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି

ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି । ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି।

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ । ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।