ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ, ଏହାର ସୁରକ୍ଷା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ, ଏହାର ସୁରକ୍ଷା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଥିଲେ ଯେ ୫ଟି ଉପକ୍ରମରେ କାର୍ଯ୍ୟକାରୀ ହୋଇଥିବା ଏହି ପ୍ରକଳ୍ପ ଗୁଡିକ ପର୍ଯ୍ୟଟନ ଓ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଓଡିଶାର ଏକ ପ୍ରମୁଖ ପୀଠ ହେଉଛି ହରିଶଙ୍କର। ଆଇଡିଏଚ୍‌ଏମ୍‌ଟିଡି (Integrated Development of Heritage and Monuments and Tourist destination) ଯୋଜନାରେ ହୋଇଥିବା ଏହି ପୀଠର ରୂପାନ୍ତରଣ କାର୍ଯ୍ୟ ଏଠାକୁ ଆସୁଥିବା ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ସଫଳ ହେବା ସହ ଅଞ୍ଚଳବାସୀଙ୍କ ଆର୍ଥିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ସେ ଆହୁରି ମଧ୍ୟ କହିଥିଲେ ଯେ ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ। ଏହାର ସୁରକ୍ଷା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ। କଟକ ଜିଲ୍ଲାର ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଗାଦି ଓ ପୀଠ ଏବଂ ଖୋର୍ଦ୍ଧା ଜିଲ୍ଲାର ମା' ଉଗ୍ରତାରା ପୀଠର ରୂପାନ୍ତରଣ ପାଇଁ ଆଜି ଭିତ୍ତି ଦିଆଗଲା। ଏହି ମହାନ ପୀଠ ଗୁଡିକର ବିକାଶ ଦ୍ୱାରା ଓଡିଆ ଜାତିର ଭାବଗତ ବନ୍ଧନ ଆହୁରି ମଜବୁତ୍‌ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା-ବଲାଙ୍ଗୀର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର, କେନ୍ଦୁଝର ଜିଲ୍ଲା ଯୋଡାରେ ୨୫୮.୭୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ କି.ମି. ବିଶିଷ୍ଟ ଓଡିଶାର ଦୀର୍ଘତମ ଫ୍ଲାଏ-ଓଭର ଓ ଖୋର୍ଦ୍ଧା ଜିଲ୍ଲା ଜଟଣି କୁଦିଆରିରେ ୧୦୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭୬୨ ମିଟର ଦୈର୍ଘ୍ୟବିଶିଷ୍ଟ ରେଳ ଓଭର-ବ୍ରିଜ, ଆଠମଲ୍ଲିକ-ଧଳପୁର ରାସ୍ତାରେ ମହନଦୀ ଉପରେ ୧୫୯.୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ କି.ମି ପରିବ୍ୟାପ୍ତ ଓଡିଶାର ଦୀର୍ଘତମ ସେତୁ, ରାକଡୋର- ଫସାଦ ରାସ୍ତାରେ ତେଲ ନଦୀ ଉପରେ ୪୫.୮୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୦୦ ମିଟର ଦୈର୍ଘ୍ୟ ବିଶିଷ୍ଟ ସେତୁ ଓ ୭୧.୫୯ କୋଟି ଟଙ୍କା ବ୍ୟୟରେ ବୌଦ୍ଧ-ମର୍ଯ୍ୟାକୁଦ ସଂଯୋଗିକରଣ ରାସ୍ତାରେ ମହାନଦୀ ଉପରେ ସେତୁ