ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ମିଳିବ ମାସକୁ ୨୫ ହଜାର ଅର୍ଥ ରାଶି: ମୁଖ୍ୟମନ୍ତ୍ରୀ

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ

ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ମିଳିବ ମାସକୁ ୨୫ ହଜାର ଅର୍ଥ ରାଶି: ମୁଖ୍ୟମନ୍ତ୍ରୀ

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।