ଝଲସୁଛି ଏକାମ୍ର କ୍ଷେତ୍ର

ଝଲସୁଛି ଏକାମ୍ର କ୍ଷେତ୍ର

ଝଲସୁଛି ଏକାମ୍ର କ୍ଷେତ୍ର l ନାମଯଜ୍ଞରେ କମ୍ପୁଛି ନଗରୀ lମନ ମୋହୁଛି ରଙ୍ଗବେରଙ୍ଗ ଆଲୋକମାଳାରେ ସଜ୍ଜିତ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ।

ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ମନ୍ଦିର, ବିନ୍ଦୁସାଗର ଓ ଅନ୍ୟ ମନ୍ଦିର ।

ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତ ହୋଇଛି ବିରାଟ ଯଜ୍ଞସ୍ଥଳୀ । ସନ୍ଧ୍ୟାରେ ଅଙ୍କୁର ରୋପଣ ପରେ ରାତି ୧୧ଟାରେ ମଣ୍ଡଳକରଣ । ମଙ୍ଗଳବାର ଭୋର୍ ୪ଟାରୁ ଜଳାଧିବାସ, ୬ଟା ୩୦ରେ ମନ୍ଦିର ଓ ଯଜ୍ଞବେଦୀ ପ୍ରଦକ୍ଷିଣ କରାଯିବ ।

ଏହା ପରେ ଘଟ ଓ ଦୀପ ସ୍ଥାପନ, ଗୁରୁ ପୂଜନ, ପଞ୍ଚାମୃତ, ପଞ୍ଚଗବ୍ୟ ଶୋଧନ କରାଯାଇ ସୂର୍ଯ୍ୟ ପୂଜା ସହ ଆରମ୍ଭ ହେବ ଯଜ୍ଞ । ଆସନ୍ତା ତିନିଦିନ ଧରି ବିଏମସି ମାର୍କେଟ କମ୍ପ୍ଲେକ୍ସରେ ସ୍କାଏ ପ୍ରୋଜେକ୍ସନ, ଆଲୋକ ଓ ଶବ୍ଦ ପ୍ରଦର୍ଶନ ସହ ନୃତ୍ୟ ଆୟୋଜନ କରାଯାଇଛି ।