ବଡ଼ ଖବର: ତେଲ କାରଖାନାରେ ନିଆଁ
ତେଲ କାରଖାନାରେ ଲାଗିଲା ନିଆଁ । ରିଫାଇନ ତେଲ କାରଖାନାରେ ଘଟିଛି ଭୟାବହ ଅଗ୍ନିକାଣ୍ଡ ।

ତେଲ କାରଖାନାରେ ଲାଗିଲା ନିଆଁ । ରିଫାଇନ ତେଲ କାରଖାନାରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ବାଘମାରୀ ଥାନା ସାରୁଅ ଶିଳ୍ପାଞ୍ଚଳରେ ଥିବା କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି ।
ଏନେଇ ଖବର ପାଇ ଅଗ୍ନିଶମ ବିଭାଗର ୩ଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ଜଣାଯାଇଛି ।ଖବର ଲେଖାସୁଦ୍ଧା ଅଗ୍ନିକାଣ୍ଡର କାରଣ ସମ୍ପର୍କରେ କିଛି ଜଣାପଡ଼ିନାହିଁ । ତେବେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇଯାଇଛି ।