ଓଡିଶାର ନବନିଯୁକ୍ତ ରାଜ୍ୟପାଳ ଶ୍ରୀ ରଘୁବୀର ଦାସଙ୍କୁ ପୁରୀ ରେଳ ଷ୍ଟେସନଠାରେ ଏସ୍ପି ଡ୍ କନୱାର ବିଶାଳ ସିଂ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି।

ଓଡିଶାର ନବନିଯୁକ୍ତ ରାଜ୍ୟପାଳ ଶ୍ରୀ ରଘୁବୀର ଦାସଙ୍କୁ ପୁରୀ ରେଳ ଷ୍ଟେସନଠାରେ ଏସ୍ପି ଡ୍ କନୱାର ବିଶାଳ ସିଂ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି।

ଓଡିଶାରେ ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଟାଟାନଗରରୁ ପୁରୁଷୋତମପୁର ଏକ୍ସପ୍ରେସରେ ଆସି ଭୋରରେ ପୁରୀ ପହଞ୍ଚିଛନ୍ତି । ରେଳ ଷ୍ଟେସନରୁ ସିଧା ରାଜଭବନ ଯାଇ ବିଶ୍ରାମ ନେଉଛନ୍ତି ନୂଆ ରାଜ୍ୟପାଳ । ପୂର୍ବାହ୍ନ ୧୦ଟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି ।

ଏହାପରେ ପୁରୀରୁ ସେ ଭୁବନେଶ୍ୱର ଆସି ରାଜଭବନରେ ରାତ୍ରୀ ଯାପନ କରିିବେ । ଆସନ୍ତାକାଲି ସକାଳ ୮ଟା ୪୫ ମିନିଟରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରି ଆଶିର୍ବାଦ ନେବେ । ମଙ୍ଗଳବାର ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜଭବନରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା କାର୍ଯ୍ୟସୂଚୀ ରହିଛି । ରାଜ୍ୟପାଳଙ୍କ ଶପଥଗ୍ରହଣ ଉତ୍ସବ ପାଇଁ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ମଧ୍ୟ ତାଙ୍କ ସହ ଅଛନ୍ତି । ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ ଅନୁଯାୟୀ ଜେଡ ପ୍ଲସ ସୁରକ୍ଷା ଯୋଗାଇ ଦିଆଯାଇଛି ।