ଆଜିର ରାଶିଫଳ

ଅଦ୍ୟ ଜୁଲାଇ ମାସ ୨୩ ତାରିଖ ୨୦୨୩ ମସିହା(ରବିବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜୁଲାଇ ମାସ ୨୩ ତାରିଖ ୨୦୨୩ ମସିହା(ରବିବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ପିଙ୍ଗଳ*

*ଶ୍ରାବଣମାସ-ମଳ ଶୁକ୍ଳପକ୍ଷ*

*ତିଥି- ପଞ୍ଚମୀ ଦିବା ଘ୧୧/୫୩ ପର୍ୟ୍ୟନ୍ତ ତଦନ୍ତେ ଷଷ୍ଠୀ*

*ନକ୍ଷତ୍ର-ଉତ୍ତରା ଫା ରାତ୍ରି ଘ୦୮/୩୭ ପର୍ୟ୍ୟନ୍ତ ତଦନ୍ତେ ହସ୍ତା*

*ଚନ୍ଦ୍ର- କନ୍ୟା*

*ଯୋଗ- ପରିଘ*

*କରଣ - ବାଳବ*

*ସୌରମାସ- କର୍କଟ ୦୭ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୪୧*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୨୧*

*✧═════•❁❀

*ଯୋଗିନୀ ଦକ୍ଷିଣେ ଦିବା ଘ ୧୧/୫୨ ପର୍ୟ୍ୟନ୍ତ ତଦନ୍ତେ ପଶ୍ଚିମ* 

*ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ ରାଶିର ଘାତଚନ୍ଦ୍ର* 

*ମେଷ ରାଶିର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୧୦/୧୬ ଗତେ ଘ୦୧/୩୩ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୧୨ଗତେ ଘ୦୯/୨୩ ମଧ୍ୟେ ଓ ରାତ୍ରି ଘ୦୭/୫୬ ଗତେ ଘ୦୯/୩୪ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୧୨ ମଧ୍ୟେ ରାତ୍ରି ଘ୦୭/୦୯ଗତେ ଘ୦୭/୫୮ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ବେଲ ଦିବା ଘ ୧୧/୫୨ଗତେ ନିମ୍ବ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*

*✧═════•❁❀❁•═════✧*

*ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*

*✧═════•❁❀❁•═════✧*

*ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*

*✧═════•❁❀❁•═════✧*

*କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*

*✧═════•❁❀❁•═════✧*

*ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*

*✧═════•❁❀❁•═════✧*

*କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*

*✧═════•❁❀❁•═════✧*

*ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*

*✧═════•❁❀❁•═════✧*

*ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*

*✧═════•❁❀❁•═════✧*

*ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*

*✧═════•❁❀❁•═════✧*

*ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*

*✧═════•❁❀❁•═════✧*

*କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*

*✧═════•❁❀❁•═════✧*

*ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।*