ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୪ ମସିହା(ସୋମବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ମାଘମାସ- କୃଷ୍ଣପକ୍ଷ*

*ତିଥି- ଚତୁର୍ଥୀ*

*ନକ୍ଷତ୍ର- ପୂର୍ବା ଫା ରାତ୍ରି ଘ୦୭/୫୩ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରା ଫା*

*ଚନ୍ଦ୍ର-ସିଂହ ରାତ୍ରି ଘ୦୨/୪୧ ପର୍ଯ୍ୟନ୍ତ ତଦନ୍ତେ କନ୍ୟା*

*ଯୋଗ- ଶୋଭନ*

*କରଣ - ବବ*

*ସୌରମାସ- ମକର ୧୫ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୫୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୦୯*

*✧═════•❁❀

*ଯୋଗିନୀ ନୈରୁତେ*

*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ ମାସ ର ଘାତଚନ୍ଦ୍ର*

 *ମିଥୁନ ରାଶି ର ଘାତବାର*

✧═════•❁❀❁•═══

*କାଳବେଳା -ଦିବା ଘ୦୭/୪୭ ଗତେ ଘ୦୯/୧୦ ମଧ୍ୟେ*

 *ବାରବେଳା - ଦିବା ଘ୦୨/୫୦ ଗତେ ଘ୦୫/୧୨ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୮/୦୧ ମଧ୍ୟେ ଓ ଘ୧୧/୧୩ ଗତେ ଘ୦୧/୩୬ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୫/୧୨ ଗତେ ଘ୦୫/୩୪ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ମୂଳା ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।*

*✧═════•❁❀❁•═════✧*

*ମିଥୁନ:କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।*

*✧═════•❁❀❁•═════✧*

*କର୍କଟ:ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।*

*✧═════•❁❀❁•═════✧*

*ସିଂହ: ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*

*✧═════•❁❀❁•═════✧*

*କନ୍ୟା:ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।*

*✧═════•❁❀❁•═════✧*

*ତୁଳା କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।**✧═════•❁❀❁•═════✧*

*ବିଛା ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*

*✧═════•❁❀❁•═════✧*

*ଧନୁ: ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।*

*✧═════•❁❀❁•═════✧*

*ମକର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।* 

*✧═════•❁❀❁•═════✧*

*କୁମ୍ଭ: ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।*

*✧═════•❁❀❁•═════✧*

*ମୀନ  ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।*

*✧═════•❁❀❁•═════✧*