ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜାନୁଆରୀ ମାସ ୩୦ ତାରିଖ ୨୦୨୪ ମସିହା(ମଙ୍ଗଳବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ମାଘମାସ- କୃଷ୍ଣପକ୍ଷ*

*ତିଥି- ଚତୁର୍ଥୀ ଦିବା ଘ୦୯/୦୯ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ*

*ନକ୍ଷତ୍ର- ଉତ୍ତରା ଫା ରାତ୍ରି ଘ୧୧/୦୦ ପର୍ଯ୍ୟନ୍ତ ତଦନ୍ତେ ହସ୍ତା*

*ଚନ୍ଦ୍ର-କନ୍ୟା*

*ଯୋଗ- ଅତିଗଣ୍ଡ*

*କରଣ - ବାଳବ*

*ସୌରମାସ- ମକର ୧୬ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୩୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୪/୦୯*

*✧═════•❁❀

*ଯୋଗିନୀ ନୈରୁତେ ଦିବା ଘ୦୯/୦୯ ଗତେ ଦକ୍ଷିଣେ*

*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ ମାସ ର ଘାତଚନ୍ଦ୍ର*

 *ମକର ରାଶି ର ଘାତବାର*

✧═════•❁❀❁•═══

*କାଳବେଳା -ଦିବା ଘ୦୧/୨୭ ଗତେ ଘ୦୨/୫୦ ମଧ୍ୟେ*

 *ବାରବେଳା - ଦିବା ଘ୦୭/୪୭ ଗତେ ଘ୦୯/୧୦ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୯/୫୦ ଗତେ ଘ୧୧/୧୦ ମଧ୍ୟେ ଓ ଘ୦୪/୦୨ ଗତେ ଘ୦୫/୩୪ ମଧ୍ୟେ ରାତ୍ରି ଘ୦୬/୨୨ ଗତେ ଘ୦୮/୪୭ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି* 

═✧*══•❁❀❁•═════✧

*ଅଦ୍ୟ ବେଲ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* 

 *ବୃଷ :ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*

 *ମିଥୁନ :ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।* 

 *କର୍କଟ:କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।* 

 *ସିଂହ :ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।* 

 *କନ୍ୟା:ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।* 

 *ତୁଳା : ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।* 

 *ବିଛା : କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।* 

 *ଧନୁ : କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।* 

 *ମକର :ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।* 

 *କୁମ୍ଭ :ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*

*ମୀନ : ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି‌ ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*