ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଫେବୃଆରୀ ମାସ ୧୧ ତାରିଖ ୨୦୨୪ ମସିହା(ରବିବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ମାଘମାସ- କୃଷ୍ଣପକ୍ଷ*

*ତିଥି- ଦ୍ଵିତୀୟା ରାତ୍ରି ଘ୦୮/୩୭ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା*

*ନକ୍ଷତ୍ର- ଶତଭିଷ। ସନ୍ଧ୍ୟା ଘ୦୬/୩୮ ପର୍ଯ୍ୟନ୍ତ ତଦନ୍ତେ ପୁର୍ବ ଭାଦ୍ର*

*ଚନ୍ଦ୍ର- କୁମ୍ଭ*

*ଯୋଗ- ପରିଘ*

*କରଣ - ବାଳବ*

*ସୌରମାସ- ମକର ୨୮ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୨୨/୦୮*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୦/୫୯*

*✧═════•❁❀

*ଯୋଗିନୀ ଉତ୍ତରେ ରାତ୍ରି ଘ୦୯/୩୮ ଗତେ ଅଗ୍ନିକୋଣେ*

*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର* 

*ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

 *ମେଷ ରାଶି ର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୧୦/୩୪ ଗତେ ଘ୦୧/୨୬ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୦୮ ଗତେ ଘ୧୦/୨୦ ମଧ୍ୟେ ଓ ରାତ୍ରି ଘ୦୭/୧୭ ଗତେ ଘ୦୮/୫୪ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୦୮ ମଧ୍ୟେ ଓ ଘ୦୧/୩୨ ଗତେ ଘ୦୨/୨୦ ମଧ୍ୟେ**

═✧*══•❁❀❁•═════✧

*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।* 

*✧═════•❁❀❁•═════✧*

 *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।* 

*✧═════•❁❀❁•═════✧*

 *ମିଥୁନ : ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।* 

*✧═════•❁❀❁•═════✧*

 *କର୍କଟ : ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।* 

*✧═════•❁❀❁•═════✧*

 *ସିଂହ :ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।* 

*✧═════•❁❀❁•═════✧*

 *କନ୍ୟା : ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।* 

*✧═════•❁❀❁•═════✧*

 *ତୁଳା : ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।* 

*✧═════•❁❀❁•═════✧*

 *ବିଛା : ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।* 

*✧═════•❁❀❁•═════✧*

 *ଧନୁ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।* 

*✧═════•❁❀❁•═════✧*

 *ମକର : ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।* 

*✧═════•❁❀❁•═════✧*

 *କୁମ୍ଭ :ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।* 

*✧═════•❁❀❁•═════✧*

 *ମୀନ : ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।*

*✧═════•❁❀❁•═════✧*