ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ମାର୍ଚ୍ଚ ମାସ ୦୭ ତାରିଖ ୨୦୨୪ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ଫାଲଗୁନମାସ- କୃଷ୍ଣପକ୍ଷ*

*ତିଥି- ଦ୍ଵାଦଶୀ ରାତ୍ରି ଘ୦୧/୩୪ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*

*ନକ୍ଷତ୍ର- ଉତ୍ତରାଷାଢା ଦିବା ଘ୦୧/୪୭ ପର୍ଯ୍ୟନ୍ତ ତଦନ୍ତେ ଶ୍ରାବଣ।*

*ଚନ୍ଦ୍ର- ମକର*

*ଯୋଗ- ବାରୀୟ।ନ୍*

*କରଣ - ବିଷ୍ଟି*

*ସୌରମାସ- କୁମ୍ଭ ୨୪ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୦୫/୫୬*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୫୯*

*✧═════•❁❀

*ଯୋଗିନୀ ନୈରୁତେ ରାତ୍ରି ଘ୦୧/୩୬ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*

*ଦ୍ଵାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ସିଂହ ରାଶିର ଘାତଚନ୍ଦ୍ର*

 *ତୁଳା ଓ କୁମ୍ଭ ରାଶି ର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୨/୫୬ ଗତେ ଘ୦୫/୦୫ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ରାତ୍ରି ଘ୦୧/୦୩ ଗତେ ଘ୦୩/୨୮ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ ଘ୦୭/୪୦ମଧ୍ୟେ ଓ ଘ୧୦/୫୨ ଗତେ ଘ୦୧/୧୭ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ପୋଇ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ:ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।* 

*✧═════•❁❀❁•═════✧*

*ବୃଷ:ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*

*✧═════•❁❀❁•═════✧*

*ମିଥୁନ:ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*

*✧═════•❁❀❁•═════✧*

*କର୍କଟ:ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*

*✧═════•❁❀❁•═════✧*

*ସିଂହ:ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*

*✧═════•❁❀❁•═════✧*

*କନ୍ୟା:ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*

*✧═════•❁❀❁•═════✧*

*ତୁଳା:ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*

*✧═════•❁❀❁•═════✧*

*ବିଛା:ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*

*✧═════•❁❀❁•═════✧*

*ଧନୁ:ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*

*✧═════•❁❀❁•═════✧*

*ମକର :ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*

*✧═════•❁❀❁•═════✧*

*କୁମ୍ଭ:ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*

*✧═════•❁❀❁•═════✧*

*ମୀନ:ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।*

*✧═════•❁❀❁•═════✧*