ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ସେପ୍ଟେମ୍ବର ମାସ ୨୩ ତାରିଖ ୨୦୨୪ ମସିହା(ସୋମବାର)*
*ଶକାବ୍ଦ -୧୯୪୬*
*ସମ୍ବତ -୨୦୮୧*
*ଦିଲ୍ଲୀସ୍ୱରାଦ୍ଧ-୧୪୩୨*
*ସମ୍ବତ୍ସର-କାଳ*
*ଆଶ୍ୱିନମାସ- କୃଷ୍ଣପକ୍ଷ*
*ତିଥି- ଷଷ୍ଠୀ ଦିବା ଘ୦୧/୫୩ ଗତେ ସପ୍ତମୀ*
*ନକ୍ଷତ୍ର- ରୋହିଣୀ ରାତ୍ରି ଘ୧୦/୫୦ ଗତେ ମୃଗଶିରା*
*ଚନ୍ଦ୍ର - ବୃଷ*
*ଯୋଗ- ବଜ୍ର*
*କରଣ - ବାଣିଜ୍ୟ*
*ସୌରମାସ- କନ୍ୟା ୦୮ ଦିନ*
*✧═════•❁❀❁•════
✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୦/୧୬*
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୦୧/୫୩ ଗତେ ବାୟବ୍ୟେ*
*ଷଷ୍ଠୀ ଓ ସପ୍ତମୀର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ*
*ବିଛା ରାଶିର ଘାତଚନ୍ଦ୍ର*
*ମିଥୁନ ରାଶି ର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୧/୦୫ଗତେ ଘ୦୨/୩୬ ମଧ୍ୟେ*
*ବାରବେଳା - ଦିବା ଘ୦୭/୧୧ ଗତେ ଘ୦୮/୪୧ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୭/୧୦ ମଧ୍ୟେ ଓ ଘ୦୮/୫୨ ଗତେ ଘ୧୧/୧୭ ମଧ୍ୟେ ଓ ରାତ୍ରି ଘ୦୮/୦୦ ଗତେ ଘ୦୧୦/୫୩ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ନିମ୍ବ ଦିବା ଘ୦୧/୫୩ ଗତେ ତାଳ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*✧═════•❁❀❁•═════✧*
*ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*✧═════•❁❀❁•═════✧*
*କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
*✧═════•❁❀❁•═════✧*
*ସିଂହ : ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*କନ୍ୟା: ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
*✧═════•❁❀❁•═════✧*
*ତୁଳା :ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*✧═════•❁❀❁•═════✧*
*ବିଛା : କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*✧═════•❁❀❁•═════✧*
*ଧନୁ : ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*✧═════•❁❀❁•═════✧*
*ମକର : ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*✧═════•❁❀❁•═════✧*
*କୁମ୍ଭ : ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*✧═════•❁❀❁•═════✧*
*ମୀନ : କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*
*✧═════•❁❀❁•═════✧*