ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅକ୍ଟୋବର ମାସ ୨୫ ତାରିଖ ୨୦୨୪ ମସିହା(ଶୁକ୍ରବାର)*

*ଶକାବ୍ଦ -୧୯୪୬* 

*ସମ୍ବତ -୨୦୮୧*

*ଦିଲ୍ଲୀସ୍ୱରାଦ୍ଧ-୧୪୩୨*

*ସମ୍ବତ୍ସର-କାଳ*

*କାର୍ତ୍ତିକମାସ- କୃଷ୍ଣପକ୍ଷ*

*ତିଥି- ନବମୀ ରାତ୍ରି ଘ ୦୩/୨୦ ଗତେ ଦଶମୀ*

*ନକ୍ଷତ୍ର- ପୂଷ୍ୟା ଦିବା ଘ୦୮/୨୩ ଗତେ ଅଶ୍ଳେଷା*

*ଚନ୍ଦ୍ର - କର୍କଟ*

*ଯୋଗ- ସାଧ୍ୟ*

*କରଣ - ତୈତିଳ*

*ସୌରମାସ- ତୁଳା ୦୯ ଦିନ*

*✧═════•❁❀❁•════

✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୪୭*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୪/୧୬*

*✧═════•❁❀

*ଯୋଗିନୀ ପୂର୍ବେ ରାତ୍ରି ଘ ୦୩/୨୧ ଗତେ ଉତରେ*

 *ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବିଛା,ଧନୁ ଓ ମୀନ ରାଶି ର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୮/୪୦ ଗତେ ଘ୧୧/୩୪ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୯ ମଧ୍ୟେ ଓ ଘ ୦୭/୨୬ଗତେ ଘ୦୮/୪୦ ମଧ୍ୟେ ଓ ଘ ୧୨/୧୫ଗତେ ଘ୦୩/୩୭ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ଲାଉ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ.ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।* 

*✧═════•❁❀❁•═════✧*

*ବୃଷ.ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*

*✧═════•❁❀❁•═════✧*

*ମିଥୁନ.ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*

*✧═════•❁❀❁•═════✧*

*କର୍କଟ.ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*

*✧═════•❁❀❁•═════✧*

*ସିଂହ.ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*

*✧═════•❁❀❁•═════✧*

*କନ୍ୟା.ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*

*✧═════•❁❀❁•═════✧*

*ତୁଳା.ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*

*✧═════•❁❀❁•═════✧*

*ବିଛା.ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*

*✧═════•❁❀❁•═════✧*

*ଧନୁ.ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*

*✧═════•❁❀❁•═════✧*

*ମକର.ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*

*✧═════•❁❀❁•═════✧*

*କୁମ୍ଭ.ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*

*✧═════•❁❀❁•═════✧*

*ମୀନ.ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।*

*✧═════•❁❀❁•═════✧*