ଲକ୍ଷ୍ମୀ ଯୋଜନାର ତୃତୀୟ ସୋପାନରେ ଗଡ଼ିବ ‘ଜଗନ୍ନାଥ ଏକ୍ସପ୍ରେସ୍
ଏସି ଡିଲକ୍ସ ବସ୍ରେ ଜିଲ୍ଲା ମୁଖ୍ୟାଳୟରୁ ଲୋକେ ଆସିପାରିବେ । ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାରେ ଆରମ୍ଭ ହେବ ଏହି ବ୍ୟବସ୍ଥା ।

ଏସି ଡିଲକ୍ସ ବସ୍ରେ ଜିଲ୍ଲା ମୁଖ୍ୟାଳୟରୁ ଲୋକେ ଆସିପାରିବେ । ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାରେ ଆରମ୍ଭ ହେବ ଏହି ବ୍ୟବସ୍ଥା । ପ୍ରତିବସ୍ ଭୁବନେଶ୍ୱର ଦେଇ ଯିବ କହିଲେ OSRTC ଅତିରିକ୍ତ ସଚିବ ।
ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।