ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର ମାମଲାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ

ବଢ଼ିଲା ବରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଡ଼ୁଆ ।

ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର ମାମଲାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ

ବଢ଼ିଲା ବରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଡ଼ୁଆ । ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର ଅଭିଯୋଗ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ହୋଇଥିବା ମାମଲାରେ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି ।

ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି । ସେହିପରି କ୍ଷେତରାଜପୁର ଥାନା ମାମଲାରେ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । ନିମ୍ନ ଅଦାଲତର ଆତ୍ମସମର୍ପଣ କରି ନିୟମିତ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

୨୦୨୩ ଫେବୃଆରି ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ ବେଳେ ପୁଲିସ ସହ ବିଜେପି କର୍ମୀଙ୍କ ମୁହାଁମୁହିଁ ଘଟଣାରେ ଜୟନାୟଣ ମିଶ୍ରଙ୍କ ବିରୋଧରେ ଟାଉନ ଥାନାରେ ଧନୁପାଲି ଥାନା ଆଇଆଇସି ଅନୀତା ପ୍ରଧାନ ଏତଲା ଦେଇଥିଲେ । ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ଓ କର୍ତବ୍ୟ ସମ୍ପାଦନରେ ବାଧା ଦିଆଯାଇଥିବା ନେଇ ଅଭିଯୋଗ ହୋଇଥିଲା । ଧନୁପାଲି ଥାନା ଆଇଆଇସିଙ୍କ ଏତଲା କ୍ରମେ ଟାଉନ ଥାନା ପକ୍ଷରୁ ଜୟନାରାୟଣ ମିଶ୍ରଙ୍କ ନାଁରେ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଥିଲା ।