ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ରହିଛି । ସେପ୍ଟେମ୍ବର ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ଅକ୍ଟୋବର ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବାର କାର୍ଯ୍ୟକ୍ରମ ରହିଛି ।
ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ଅଧିକ ଓଡି଼ଆ ଭାଷାଭାଷୀ ବସବାସ କରନ୍ତି ।