ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା

ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ । ଖରିଫ ଋତୁ ପାଇଁ କାଳିଆ ସହାୟତା ପ୍ରଦାନ କରାଯିବ। ୪୬ ଲକ୍ଷରୁ ଊଦ୍ଧର୍ବ କ୍ଷୁଦ୍ର, ଭୂମିହୀନ ଓ ନାମମାତ୍ର ଚାଷୀଙ୍କୁ ୯୩୩ କୋଟି ଟଙ୍କା ଡିବିଟି ଜରିଆରେ ପ୍ରଦାନ କରାଯିବ। ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ|
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ 'କାଳିଆ' ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍ରେ ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି ।