ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ

ଆସନ୍ତା ୬ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ, ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ । ଆସନ୍ତା ୬ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ, ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ । ଆଗାମୀ ୬ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ । ଆସନ୍ତାକାଲି ସୃଷ୍ଟି ହୋଇପାରେ ତୀବ୍ର ଅବପାତ । ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ।ବର୍ଷା ୧୭ ତାରିଖ ଯାଏଁ ଲାଗିରହିବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଜୁଆରିଆ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିରତକୁ ଯିବାକୁ ସତର୍କ କରାଯାଇଛି ।

ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ।