ଆସନ୍ତାକାଲି ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍ଗେ
ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ଆସନ୍ତା ୨୯ ତାରିଖରେ 'ଓଡ଼ିଶା ବଂଚାଅ' ସମାବେଶରେ ଯୋଗଦେବେ।

ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ଆସନ୍ତା ୨୯ ତାରିଖରେ 'ଓଡ଼ିଶା ବଂଚାଅ' ସମାବେଶରେ ଯୋଗଦେବେ। ସେ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।
ଏହି ପରିପ୍ରେକ୍ଷୀରେ କଂଗ୍ରେସ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଥିଲେ ଯେ ଶ୍ରୀଯୁକ୍ତ ଖଡ୍ଗେ ତଳସ୍ତରରୁ ଜଣେ ସାଧାରଣ କଂଗ୍ରେସ କର୍ମୀଭାବେ ଜୀବନ ଆରମ୍ଭ କରି ନିଜର ଚେଷ୍ଟା, ନିଷ୍ଠା ଓ ସମର୍ପଣ ପାଇଁ ଏବେ ସେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରିଛନ୍ତି।