ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି । ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ ଅଫିସରମନୋଜ ଆହୁଜା ଜୁନ୍ ୩୦ରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗ ଦେଇଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସରକାରୀ କାର୍ଯ୍ୟରୁ ଅବସର ନେବା ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।

ମନୋଜ ଆହୁଜା ଓଡ଼ିଶାରେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି । ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି । ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ ସୁପରିଚିତ ।