ଜାପାନ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଯାଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଠାରୁ ୬ଦିନିଆ ଜାପାନ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଗସ୍ତ ସମୟରେ ଟୋକିଓ‌ରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗଦେବା ସହ କ୍ୟୋଟୋ ଓ ଓସାକାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ମିଳିଥିବା ସୂଚନା ଅନୁଯାୟୀ, ଏହି ଗସ୍ତରେ ମୁଖ୍ୟତଃ ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ଜାପାନର କେତେକ ଉଦ୍ୟୋଗୀଙ୍କ ସହ ଆଲୋଚନା କରିବେ।