ଉଦଘାଟିତ ହେଲା ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି।

ଉଦଘାଟିତ ହେଲା ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି।

ଏଥିରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି। ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି। ଆଜି ଉଦଘାଟନୀ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭର୍ସଙ୍କୁ ପୁରସ୍କୃତ କରିବେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।