ରାଜ୍ୟର ବିଭିନ୍ନ ସ୍ଥାନରେ ଦୀପାବଳିରେ ଅଘଟଣ
ଦୀପାବଳିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି । ବାଣ ଫୁଟାଇ ଅନେକ ଆହତ ହୋଇଛନ୍ତି ।

ଦୀପାବଳିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି । ବାଣ ଫୁଟାଇ ଅନେକ ଆହତ ହୋଇଛନ୍ତି । ଅଧିକାଂଶ ଆହତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆହତ ଓ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି ।
ସୂଚନା ଅନୁଯାୟୀ, ଗତକାଲି ଦୀପାବଳିରେ କିଛି ଲୋକ ଆହତ ହୋଇଥିଲେ । କିଛି ଗୁରୁତରଙ୍କୁ ଗତକାଲି ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ କିଛିଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।