ଜାନୁଆରି ୬ରେ ଓଡ଼ିଶା ଆସିବେ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର
ଡ. ଅଜୟ କୁମାର ୬ ତାରିଖ ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପଂହଚିବା ପରେ ତାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରାରେ କଂଗ୍ରେସ ଭବନ ପର୍ଯ୍ୟନ୍ତ ଅଣାଯିବ।

ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ନିମନ୍ତେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ପୂର୍ବତନ ସାଂସଦ ଡ. ଅଜୟ କୁମାରଙ୍କର ଆସନ୍ତା ଜାନୁଆରି ୬ ତାରିଖରୁ ୮ ତାରିଖ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଡ. ଅଜୟ କୁମାର ୬ ତାରିଖ ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପଂହଚିବା ପରେ ତାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରାରେ କଂଗ୍ରେସ ଭବନ ପର୍ଯ୍ୟନ୍ତ ଅଣାଯିବ।