ଆଉ ନାହାନ୍ତି ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର
ଆଉ ନାହାନ୍ତି ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ।

ଆଉ ନାହାନ୍ତି ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର । ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି । ଆଜି SCB ବଡ ମେଡିକାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ।
ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ । ମିଳିଥିବା ସୂଚନା ଅନୁସାରେ ସେ ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ । ସ୍ୱର୍ଗତ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ପରିଚିତ ।
ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ ଭାଷାରେ କବିତା ପାଇଁ ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ । ତାଙ୍କ ଲେଖା ଇଣ୍ଡିଆନ୍ ସମର୍, ହଙ୍ଗର୍ ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ ବେଶ୍ ପାଠକୀୟ ଆଦୃତି ଲାଭ କରିଛି ।