କଂଗ୍ରେସରୁ ଇସ୍ତଫା ଦେଲେ ପିସିସି ଉପସଭାପତି

ଆଗକୁ ରାଜ୍ୟ ବିଧାନସଭା ଓ ଲୋକସଭା ନିର୍ବାଚନ ଆସୁଥିବା ବେଳେ ସେନେଇ ରାଜନୈତିକ ଦଳମାନଙ୍କ ପକ୍ଷରୁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହା ମଧ୍ୟରେ ରାଜନେତାଙ୍କର ଦଳ ବଦଳ ପ୍ରକ୍ରିୟା ବି ଆରମ୍ଭ ହୋଇଯାଇଛି । ତେବେ ଏହା ମଧ୍ୟରେ ରାଜ୍ୟ ରାଜନୀତିରୁ ଆସିଛି ଏକ ବଡ଼ ଖବର । ରାଜ୍ୟ କଂଗ୍ରେସକୁ ଲାଗିଛି ଏକ ବଡ଼ ଝଟକା ।
ସୂଚନା ମୁତାବକ, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଉପସଭାପତି ରଜତ ଚୌଧୁରୀ କଂଗ୍ରେସ ଛାଡ଼ିଛନ୍ତି । ନିଜର ଇସ୍ତଫା ପତ୍ରକୁ ରଜତ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି ।