ପ୍ରଣବ ପଟ୍ଟନାୟକ ଅସୁସ୍ଥତା ନେଇ ମୁଖ୍ୟମନ୍ତ୍ରୀ ଙ୍କ ଆଶୁ ଆରୋଗ୍ୟ କାମନା
ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସଙ୍ଗେ ସଙ୍ଗେ ତାଙ୍କ ଚିକିତ୍ସା ନିମନ୍ତେ ଏକ ଲକ୍ଷ ଟଙ୍କାର ସହଯୋଗ ପ୍ରଦାନ

ଓଡ଼ିଶାର ସୁପ୍ରସିଦ୍ଧ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀ ଭୁବନେଶ୍ୱରର ଏକ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଖବର ପାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସଙ୍ଗେ ସଙ୍ଗେ ତାଙ୍କ ଚିକିତ୍ସା ନିମନ୍ତେ ଏକ ଲକ୍ଷ ଟଙ୍କାର ସହଯୋଗ ପ୍ରଦାନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବୁଝିବା ସହ ତାଙ୍କ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେବା ପରେ ନିର୍ଦ୍ଦେଶକ ଶ୍ରୀ ରାଉତରାଏ ହସ୍ପିଟାଲରେ ପହଞ୍ଚି ତାଙ୍କୁ ସାକ୍ଷାତ କରି ପରିବାର ସଦସ୍ୟ ଓ ଚିକିତ୍ସକ ମାନଙ୍କ ସହିତ ଆଲୋଚନା କରିଛନ୍ତି।