ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି

ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି

ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି।ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରତାପ ଜେନା ଦାଖଲ କରିଥିବା ଆବେଦନର ଶୁଣାଣି କରି ବୁଧବାର ହାଇକୋର୍ଟ ଏହି ନିର୍ଦେଶ ଦେଇଛନ୍ତି।ସୂଚନାନୁସାରେ, ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ।

ବିଧାୟକ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିଶନ୍‌ ଗତ ଅକ୍ଟୋବର ୩୧ରେ ହାଇକୋର୍ଟରେ ଦାୟର କରିଥିଲେ। ନଭେମ୍ବର ୨ରେ ହାଇକୋର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ନୋଟିସ ଜାରି କରିଥିଲେ। ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ଡିସେମ୍ବର ୧୯ ପର୍ଯ୍ୟନ୍ତ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।